www.samajalive.in
Saturday, December 6, 2025
23.1 C
Bhubaneswar

ରାସ୍ତାତଳକୁ ଖସିଲା ବସ୍: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୀଳଗିରି: ଉଦଳା ରାସ୍ତା ଚେକ୍ ଗେଟ୍ ନିକଟରେ ଏକ ଯାତ୍ରୀବାହୀ ବସ୍ ରାସ୍ତା ତଳକୁ ଖସିପଡିଛି। ଏଥିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯାତ୍ରୀ। ସୂଚନା ମୂତାବକ ବାସୁଦେବ ନାମକ ଏକ ଘରୋଇ ବସ୍ ଭୁବନେଶ୍ବରରୁ ଉଦଳା ଦେଇ ବାରିପଦା ଯାଉଥିଲା।ବସ୍ ରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ । ବସ୍‌ଟି ବିଳମ୍ବିତ ରାତିରେ ପୁଡାଶୂଳ ଚେକଗେଟ ନିକଟରେ ପହଞ୍ଚିବା ସମୟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଥିଲା। ସ୍ଥାନୀୟ ଲୋକ ପହଞ୍ଚି  ବସ୍‌ ଭିତରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ଏହାପରେ ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ଯାତ୍ରୀମାନେ ଅନ୍ୟ ଗାଡ଼ିରେ ନିଜର ଗନ୍ତବ୍ୟ ସ୍ଥଳକୁ ଯାଇଥିବା ଦେଖିବାକୁ ମିଳିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories