www.samajalive.in
Saturday, December 6, 2025
26.1 C
Bhubaneswar

ବସ୍‌କୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍: ୬ ଆହତ

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କେନାଭଟା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ବସ୍-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୬ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବୁଧବାର ଶ୍ରୀରାମ ଜି ନାମକ ଏକ ଘରୋଇ ବସ୍ ଯାତ୍ରୀଙ୍କୁ ନେଇ ବାଲେଶ୍ବରରୁ ରାଉରକେଲା ଅଭିମୁକେ ଯାଉଥିଲା। କେନାଭଟା ନିକଟରେ ହଠାତ୍  ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହତ ହୋଇଥିଲେ। ଦୁର୍ଘଟଣା ଘଟିବା ପରେ ବସ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ପୁଲିସ୍  ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories