www.samajalive.in
Friday, December 5, 2025
20.1 C
Bhubaneswar

ଆଜି ମହାଶିବରାତ୍ରୀ: ଓଁ ନମଃ ଶିବାୟ ଧ୍ୱନିରେ କମ୍ପୁଛି ଶୈବପୀଠ,ଚାଲିଛି ସ୍ୱତନ୍ତ୍ର ପୂଜା

ଭୁବନେଶ୍ୱର: ଆଜି ମହାଶିବରାତ୍ରୀ। ଜାଗର ପାଇଁ ଚଳଚଞ୍ଚଳ ରାଜ୍ୟର ସବୁ ଶୈବପୀଠ। ଓଁ ନମଃ ଶିବାୟ ଧ୍ୱନିରେ ପରିବେଶ ପ୍ରକମ୍ପିତ ହେଉଛି। ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ, ଧବଳେଶ୍ୱର, ଲୋକନାଥ ଓ କପିଳାସରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି। ବାବା ଲିଙ୍ଗରାଜଙ୍କ ମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଭୋରରୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇଛି। ରାତି ୧୦ଟାରେ ମହାଦୀପ ଉଠିବ ବୋଲି ନୀତି ନିର୍ଘଣ୍ଟ ହୋଇଛି। ଆଜି ଉପବାସ ରହିବ ଜାଗର ଦୀପ ଜାଳିବେ ଲକ୍ଷଲକ୍ଷ ଶ୍ରଦ୍ଧାଳୁ। ଶ୍ରୀଲିଙ୍ଗରାଜ ଓ କପିଳେଶ୍ଵରଙ୍କ ଶୃଙ୍ଖଳିତ ଜାଗରଯାତ୍ରା ଲାଗି ବିଏମସି ମାର୍ଗଦର୍ଶିକା ଜାରି କରିଛି । ଅତିରିକ୍ତ କମିସନରଙ୍କୁ ପରିଚାଳନା ଦାୟିତ୍ବ ଦିଆଯାଇଛି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories