www.samajalive.in
Friday, December 12, 2025
19.1 C
Bhubaneswar

୯ଟି ମନ୍ତ୍ରଣାଳୟ ମାଧ୍ୟମରେ କାର୍ଯ୍ୟକାରୀ ହେଉଛି ଜନଜାତି ନ୍ୟାୟ ମହା ଅଭିଯାନ

ଡେସ୍କ: ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ (ପିଏମ୍-ଜନମାନ) ଅଧୀନରେ ସରକାର ଗତ ତିନି ମାସ ମଧ୍ୟରେ ୭ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଛନ୍ତି। ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ, ପାଖାପାଖି ୨୪ ହଜାର କୋଟି ଟଙ୍କାର ବଜେଟ ଥିବା ପିଏମ-ଜନମାନ ୯ଟି ମନ୍ତ୍ରଣାଳୟ ମାଧ୍ୟମରେ ୧୧ଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଉପରେ ଗୁରୁତ୍ୱ ଦେଉଛି। ସୁରକ୍ଷିତ ବାସଗୃହ, ବିଶୁଦ୍ଧ ପାନୀୟ ଜଳ, ଶିକ୍ଷା, ସ୍ୱାସ୍ଥ୍ୟ ଓ ପୋଷଣ, ବିଜୁଳି, ସଡ଼କ ଓ ଟେଲିକମ୍ ଯୋଗାଯୋଗ ଏବଂ ସ୍ଥାୟୀ ଜୀବିକା ସୁଯୋଗ ଭଳି ମୌଳିକ ସୁବିଧା ସହିତ ବିଶେଷ ଭାବେ ଦୁର୍ବଳ ଜନଜାତି ଗୋଷ୍ଠୀମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ଏହାର ଉଦ୍ଦେଶ୍ୟ। ବିଶେଷ କରି ଦୁର୍ବଳ ଜନଜାତି ଗୋଷ୍ଠୀଙ୍କ ସାମାଜିକ-ଅର୍ଥନୈତିକ କଲ୍ୟାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ବର୍ଷ ନଭେମ୍ବରରେ ପିଏମ୍-ଜନମାନ ମିଶନର ଶୁଭାରମ୍ଭ କରିଥିଲେ।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories