www.samajalive.in
Saturday, December 13, 2025
26.1 C
Bhubaneswar

ବଡଦେଉଳରୁ ଖସିଲା ପଥର

ପୁରୀ: ଶ୍ରୀମନ୍ଦିରରୁ ଖସିପଡିଲା ପଥର । ଶ୍ରୀମନ୍ଦିରର ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସିପଡିଛି । ପଥର ଖସି ଏକାଦଶୀ ମନ୍ଦିରର ଟିଣ ଛାତ କଣା ହୋଇଥିବା ସୂଚନା ମିଳିଛି । ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ହୋଇନାହିଁ । ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଛି । ତେବେ ପଥରଟି ପ୍ରକୃତରେ କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି । ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories