www.samajalive.in
Thursday, December 11, 2025
15.1 C
Bhubaneswar

ମିଶନ ଶକ୍ତି ସର୍ପୋଟ ଷ୍ଟାଫଙ୍କ ଦରମା ବୃଦ୍ଧି, ଉପକୃତ ହେବେ ୫୯, ୫୦୯ ଜଣ କର୍ମଚାରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନ ଶକ୍ତି ସର୍ପୋଟ ଷ୍ଟାଫଙ୍କ ଦରମା ବୃଦ୍ଧି କରାଯାଇଛି। ଏହାସହିତ ମିଶନ ଶକ୍ତି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଛନ୍ତି ରାଜ୍ୟ ସରକାର। ଏମବିକେ, ବ୍ୟାଙ୍କମିତ୍ର, ଜୀବିକା ସହାୟିକାଙ୍କ ଦରମା ୧୦, ୭୫୦କୁ ବୃଦ୍ଧି କରାଯାଇଛି। କୃଷି ମିତ୍ର, ପ୍ରାଣୀ ମିତ୍ର ୩୭୫୦ ଜାଗାରେ ଏଣିକି ୬୨୫୦ଟଙ୍କା ପାଇବେ। ସେହିପରି ସିଆରପି-ସିଏମ ଏବେ ମାସିକ ୩୬୦୦ ଜାଗାରେ ୬୧୦୦ ଟଙ୍କା ପାଇବେ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ଅକ୍ଟୋବର ୨୦୨୩ରୁ ପିଛିଲା ଭାବେ ମିଳିବ। ଅର୍ଥରାଶି ବୃଦ୍ଧି ଯୋଗୁଁ ୫୯, ୫୦୯ ଷ୍ଟାଫ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି।

ଭୁବନେଶ୍ବର:  ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନ ଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି।

- Advertisement -

ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା ଏମବିକେ, ସିଆରପି-ସିଏମ, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ ।
ଏମବିକେ, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ ୬୭୫୦ ଟଙ୍କା ରୁ ୧୦୭୫୦ ଟଙ୍କା ପାଇବେ ।

  • କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।
  •  ସିଆରପି-ସିଏମ ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।

ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories