www.samajalive.in
Tuesday, December 9, 2025
16.1 C
Bhubaneswar

ଲାଞ୍ଜିଗଡ ବ୍ଲକରେ କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି

ଲାଞ୍ଜିଗଡ: ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ ଆଜି କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲା ଆରକ୍ଷୀ ଅଧିକ୍ଷକଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଥିଲେ।
ଏହି ଅବସରରେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର, ତହସିଲଦାର କିରଣ କୁମାର ମହାନ୍ତି ପ୍ରମୁଖ ମଞ୍ଚାସୀନ ଥିଲେ। ବ୍ଲକର ବିଭିନ୍ନ ଅଞ୍ଚଳରୁ ଜନସାଧାରଣ ଯୋଗଦେଇଥିବାବେଳେ ୧୫ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଅଭିଯୋଗ ଶୁଣାଣି ଶେଷ ହେବା ପରେ ଜିଲ୍ଲାପାଳ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିବା ସହିତ ସ୍ୱାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରିଥିଲେ। ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ମେଡିକାଲ ଅଫିସର ଡା. ଭବାନୀଶଙ୍କର ଲେଙ୍କାଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories