www.samajalive.in
Sunday, December 14, 2025
19.1 C
Bhubaneswar

ପଦରୁ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର

ନୂଆଦିଲ୍ଲୀ: ହରିୟାଣାରେ ଗଠନ ହେବାକୁ ଯାଉଛି ନୂଆ ସରକାର। କାରଣ ଏଠାରେ ବିଜେପି ଏବଂ ଜେଜେପିର ମେଣ୍ଟ ସରକାର ଭାଙ୍ଗିଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମନୋହର ଲାଲ ଖଟ୍ଟର। ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ଦେଇଥିବା ସୂଚନା ମିଳିଛି। ତାଙ୍କ ସହ ସମଗ୍ର କ୍ୟାବିନେଟ୍ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ସେପଟେ ବିଜେପି ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଯେଉଁଥିରେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ନାମ ଅନୁମୋଦନ ହୋଇପାରେ। ଏହି ବୈଠକରେ ଯୋଗ ଦେବାକୁ ପର୍ଯ୍ୟବେକ୍ଷକ ଅର୍ଜୁନ ମୁଣ୍ଡା ଏବଂ ତରୁଣ ଚୁଗ୍‌‌ ଚଣ୍ଡିଗଡରେ ପଂହଚି ସାରିଛନ୍ତି। ଅପରାହ୍ନ ୧ଟାରେ ନୂଆ ସରକାର ଶପଥ ଗ୍ରହଣ କରିବା ନେଇ ସୂଚନା ମିଳିଛି।
ସୂଚନା ଅନୁଯାୟୀ ଲୋକସଭା ନିର୍ବାଚନରେ ଆସନ ବାଣ୍ଟିବା ନେଇ ଦୁଇ ଦଳ ମଧ୍ୟରେ ବିବାଦ ଉପୁଜିବାରୁ ମେଣ୍ଟ ସରକାର ଭାଙ୍ଗିଯାଇଛି। ବିଜେପି ପ୍ରତି ଆଞ୍ଚଳିକ ଦଳ ତଥା ସ୍ୱାଧୀନ ବିଧାୟକଙ୍କ ସମର୍ଥନ ରହିଥିବାରୁ ପରବର୍ତ୍ତୀ ସରକାର ବିଜେପି ଗଠନ କରିବ ବୋଲି ଜଣାପଡିଛି। ମନୋହର ଲାଲ ଖଟ୍ଟରଙ୍କ ସ୍ଥାନରେ ସଞ୍ଜୟ ଭାଟିଆ କିମ୍ବା ନାୟବ ସିଂହ ସୈନୀଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇପାରେ।

 

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories