www.samajalive.in
Saturday, December 13, 2025
26.1 C
Bhubaneswar

ଶ୍ରୀଜିଉଙ୍କ ବନକଲାଗି ନୀତି: ୩ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀବିଗହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୩ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ଚତୁର୍ଦ୍ଧାମୂରତିଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ ନାହିଁ । କିନ୍ତୁ ମନ୍ଦିରର ପାଶ୍ୱର୍ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories