www.samajalive.in
Saturday, December 6, 2025
23.1 C
Bhubaneswar

ବୁଧବାର ରାଶିଫଳ: ଆକସ୍ମିକ ଧନଲାଭ ହେବ

ମେଷ- ଶକ୍ତିମାନ୍‌ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଭୋଜନ ସ୍ବାଦିଷ୍ଟ ହେବ। ମୋକଦ୍ଦମାରେ ବିଜୟୀ ହେବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ମିଳିଥିବା ଉପହାର ଆନନ୍ଦଦାୟକ ହେବ। ଚିନ୍ତାଧାରା ମହତ ହେବ।

ବୃଷ- ସାଧନାରେ ସିଦ୍ଧିପ୍ରାପ୍ତ ହେବେ; ମାତ୍ର ଏହା ଅହଂକାର ଶୂନ୍ୟ ହେଉ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର ଭାଷାରେ ପରକୁ ଆପଣାର କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

- Advertisement -

ମିଥୁନ- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବାର ସତ୍‌କର୍ମରୁ ପ୍ରତୀୟମାନ୍‌ ହେଉଛି। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି।

କର୍କଟ- କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ବିତାଇବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶ ଅର୍ଜନ କରିବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ସିଂହ- ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା- ପାରିପାର୍ଶ୍ବିକ ଅବସ୍ଥାକୁ ଅନୁଧ୍ୟାନ କରି ଚିନ୍ତିତ ହୋଇପାରନ୍ତି। ସ୍ବାଭିମାନୀ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ।

ତୁଳା- ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ସେବା ଭାବନାରେ ଉନ୍ମୁଖ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅହଂଭାବକୁ ବିସର୍ଜନ ଦେବେ।

ବିଚ୍ଛା-ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।

ଧନୁ- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

ମକର- ଉଦାରଚେତା ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଯାନବାହନ ସୁଖ ମିଳିପାରେ।

କୁମ୍ଭ-  ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମୀନ-ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories