www.samajalive.in
Sunday, December 7, 2025
26.1 C
Bhubaneswar

ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଜ୍ବର ଓ ଛାତିରେ ସଂକ୍ରମଣ କାରଣରୁ ଚିକିତ୍ସା ପାଇଁ ତାଙ୍କୁ ମହାରାଷ୍ଟ୍ରର ପୁଣେସ୍ଥିତ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ୮୯ ବର୍ଷୀୟା ପୂର୍ବତନ ରାଷ୍ଟ୍ରପତିଙ୍କୁ ବୁଧବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଡାକ୍ତରଖାନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ‘‘ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଗତକାଲି ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କୁ ଜ୍ୱର ସହ ଛାତିରେ ସଂକ୍ରମଣ ହୋଇଛି। ସେ ସୁସ୍ଥ ଅଛନ୍ତି ଏବଂ ତାଙ୍କ ଚିକିତ୍ସା ଜାରି ରହିଛି। ସେ ଡାକ୍ତରଙ୍କ କଡ଼ା ନଜରରେ ରହିଛନ୍ତି।’’

- Advertisement -

ସୂଚନାଯୋଗ୍ୟ, ପ୍ରତିଭା ପାଟିଲ ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ଥିଲେ। ସେ ୨୦୦୭ରୁ ୨୦୧୨ ପର୍ଯ୍ୟନ୍ତ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ରହିଥିଲେ।

 

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories