ମୁଖ୍ୟମନ୍ତ୍ରୀଙ୍କ ଭେଟି ; ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଭେଟି ଦେଇଛନ୍ତି। ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିବା ସହ ଜାନୁଆରୀ ମାସ ୧ତାରିଖରୁ ଏହା ପିଛିଲା ଭାବେ ଲାଗୁ ହେବ। ୪ ପ୍ରତିଶତ ଡିଏ ବୃଦ୍ଧି ପରେ ୪୬ରୁ୫୦ ପ୍ରତିଶତକୁ ଏହା ବୃଦ୍ଧି ପାଇଛି। ଏହାଦ୍ୱାରା ପ୍ରାୟ ସାଢେ ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ। ସାଢେ ୩ ଲକ୍ଷ ପେନସନଭୋଗୀ ଉପକୃତ ହେବେ।

Comments are closed.