www.samajalive.in
Monday, December 15, 2025
14.1 C
Bhubaneswar

ବ୍ରହ୍ମପୁରରେ ବୋମାମାଡ଼, ଶିକ୍ଷକ ଗୁରୁତର

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଜଣେ ଶିକ୍ଷକଙ୍କ ଘର ଉପରକୁ ବୋମାମାଡ଼ କରାଯାଇଛି। ଏହ ବୋମାମାଡ଼ରେ ଶିକ୍ଷକଜଣକ ଗୁରୁତର ହୋଇଛନ୍ତି। ଗୁରୁତର ଶିକ୍ଷକଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର ପରେ ଏମକେସିଜି ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି  ଛାନଭିନ ଚଳାଇଛି।

ମିଳିଥିବା ସୂଚନା ଅନୁଯାୟୀ ବ୍ରହ୍ମପୁର ସହରର ବଡ଼ବଜାର ରଘୁପତି ନଗର ଦ୍ବିତୀୟ ଲେନରେ ଥିବା ଜଣେ ଶିକ୍ଷକଙ୍କ ଘରେ କେହି ଦୁର୍ବୁତ୍ତ ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ବୋମାମାଡ଼ ବେଳେ ଶିକ୍ଷକ ଜଣଙ୍କ ଘରେ ଏକା ରହିଥିଲେ।  ବୋମାମାଡ଼ ପରେ ତାଙ୍କୁ ଗୁରୁତର ଭାବେ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା ଏବଂ ବ୍ରହ୍ମପୁର ଏମକେସିଜି ମେଡ଼ିକାଲକୁ ଚିକିତ୍ସା ପାଇଁ ପଠାଯାଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛି। ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ ତଦନ୍ତ ଜାରି ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories