www.samajalive.in
Sunday, December 7, 2025
26.1 C
Bhubaneswar

ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ

କଟକ: ରାଜ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ମାଟ୍ରିକ ଖାତାଦେଖା। ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ସହିତ ମଧ୍ୟମା ଏବଂ ଓପନ ସ୍କୁଲ ଖାତା ମୂଲ୍ୟାୟନ ହେବ। ୫୫ଟି କେନ୍ଦ୍ରରେ ମୂଲ୍ୟାୟନ ହେବାକୁ ଥିବାବେଳେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖାତା ଦେଖାରେ ୧୫ହଜାରରୁ ଅଧିକ ଶିକ୍ଷକ ନିୟୋଜିତ ହେବେ। ପୂର୍ବ ନିଷ୍ପତି ଅନୁସାରେ ଗୁରୁବାର କିଛି ମୂଲ୍ୟାୟନ କେନ୍ଦ୍ରରେ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ହୋଇଥିବା ବେଳେ ଅନ୍ୟ କେନ୍ଦ୍ର ଗୁଡିକରେ ଆଜି ଉପସ୍ଥିତ ରହି ମୂଲ୍ୟାୟନ ଆରମ୍ଭ କରିବେ। ଗତ ଫେବୃଆରୀ ୨୦ ତାରିଖରୁ ମାଟ୍ରିକ୍‌‌ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ରେ ଶେଷ ହୋଇଥିଲା। ଚଳିତ ବର୍ଷ ମୋଟ ୫ଲକ୍ଷ ୫୧ହଜାରରୁ ଅଧିକ ଛାତ୍ରାଛାତ୍ରୀ ପରୀକ୍ଷା ଦେଇଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories