www.samajalive.in
Friday, December 12, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ ୩ ଶ୍ରମିକ ଗୁରୁତର

ଭବାନୀପାଟଣା: ସ୍ଥାନୀୟ ଏକ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ୩ ଜଣ ଶ୍ରମିକ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଜଣେ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ସୂଚନା ଅନୁଯାୟୀ, ସ୍ଥାନୀୟ ପରମାନନ୍ଦପୁରଠାରେ ଜଣେ ଡାକ୍ତରଙ୍କ କୋଠା ନିର୍ମାଣ କାମ ଚାଲିଥିବାବେଳେ ବିଦ୍ୟୁତ ତାର ଲାଗି ୩ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନେ ଗଣନାଥପୁର ଗାଁର ନରେନ୍ଦ୍ର ବାଗ(୨୬), ଭେଜିଗୁଡ଼ା ଗାଁର ସଚିନ ଶବର(୧୮) ଏବଂ କୁଜୁଗୁଡ଼ାର ଅଲେଖ ଶବର(୧୭) ବୋଲି ଜଣାପଡିଛି। ସେମାନଙ୍କୁ ଏସଆରଏମ ମେଡିକାଲ୍ କଲେଜ ଅନ୍ତର୍ଗତ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ପ୍ରାଥମିକ ଚିକିତ୍ସା ପରେ ନରେନ୍ଦ୍ର ଏବଂ ସଚିନଙ୍କୁ ବୁର୍ଲା ମେଡିକାଲ୍ କଲେଜକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଉଭୟଙ୍କ ଶରୀରର ବହୁ ଅଂଶ ପୋଡ଼ିଯାଇଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories