www.samajalive.in
Saturday, December 13, 2025
26.1 C
Bhubaneswar

ଏକାମ୍ର ହାଟଠାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪ଉଦଘାଟିତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରାଅନୁମୋଦିିତ ବାର୍ଷିକ ତାଲିକାହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪ ଭୁବନେଶ୍ୱର ସ୍ଥିତଏକାମ୍ର ହାଟଠାରେ ଆୟୋଜନ କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଥିବା ତନ୍ତବାୟ ସମିତି/ସ୍ୱୟଂସହାୟକ ଗୋଷ୍ଠୀ ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧିକରି ବୁଣାକାରଙ୍କୁ ନିୟମିତ କାମ ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ପିଓଏଚଆଇ ୨୦୨୩-୨୪ ଯୋଜନାରେଏହା ଅନୁଷ୍ଠିତ ହୋଇଛି।

ଏହି ମେଳାକୁ ପ୍ରଣତି ଛୋଟରାୟ, ନିର୍ଦ୍ଦେଶକ, ବୟନ ଓ ହସ୍ତତନ୍ତ, ଓଡ଼ିଶାଙ୍କ ଦ୍ୱାରା ଆଜି ଉଦଘାଟିତ ହୋଇଯାଇଛି। ଉକ୍ତ ଉତ୍ସବରେ ମମତା ନାୟକ, ଯୁଗ୍ମ ସଚିବ, ବୀଣାପାଣି ନାୟକ, ବିତ୍ତ ଉପଦେଷ୍ଟା ତଥା ଯୁଗ୍ମ ସଚିବ, ବୟନଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ, ହୃଷିକେଶ ମାହାଲି, ପରିଚାଳନା ନିର୍ଦେଶକ, ସମ୍ବଲପୁରୀ ବସ୍ତ୍ରାଳୟ, ଦେବଜୀତ ନନ୍ଦି, ଯୁଗ୍ମ ନିର୍ଦେଶକ, ବୟନଶିଳ୍ପ, ଭୁବନେଶ୍ୱର, ଓ ହେମନ୍ତ କୁମାର ମିଶ୍ର, ବାଣିଜ୍ୟ ଅଧିକାରୀ, ସମ୍ବଲପୁରୀ ବସ୍ତ୍ରାଳୟ, ବରଗଡ ଉପସ୍ଥିତ ଥିଲେ। ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ, କଟକ, ସୋନପୁର, ଆଠଗଡ, ବାରିପାଦା, ବାଲେଶ୍ୱର, ପାଟଣାଗଡ,ନୟାଗଡ, ଖୋର୍ଦ୍ଧା, କୋରାପୁଟ ଓ ବୌଦ୍ଧ ବୟନମଣ୍ଡଳମାନଙ୍କରୁ ୩୩ଗୋଟି ତନ୍ତବାୟ ସମିତି/ସ୍ୱୟଂସହାୟକ ଗୋଷ୍ଠୀର ବୁଣାକାର ସେମାନଙ୍କର ଉତ୍ପାଦିତ ଲୁଗାର ପ୍ରଦର୍ଶନୀ ଓ ବିକ୍ରୟ କରିବା ପାଇଁ ଯୋଗଦାନ କରିଛନ୍ତି।

- Advertisement -

ଏଥି ସକାଶେ ସେମାନଙ୍କୁ ୩୪ଗୋଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଅଛି। ଏହି ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଆସନ୍ତା ତା.୩୧.୦୩.୨୦୨୪ ପଯ୍ୟନ୍ତ ଚାଲୁ ରହିବା ତା.୧୫.୦୩.୨୦୨୪ରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ମେଳାରେ ଗ୍ରାହକମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତର ଉତ୍ପାଦିତ ହସ୍ତତନ୍ତ ଲୁଗା ସୁଲଭ ମୂଲ୍ୟରେ ୧୦% ସରକାରୀ ରିହାତିରେ କିଣିପାରିବେ। ଏହାର ସୁଯୋଗ ନେବା ପାଇଁ ସମିତି ତରଫରୁ ଗ୍ରାହକମାନଙ୍କୁ ଅନୁରୋଧ କରାଯାଉଅଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories