www.samajalive.in
Monday, December 8, 2025
24.1 C
Bhubaneswar

ବାଇକ ଦୁର୍ଘଟଣାରେ ୨ ଯୁବକ ମୃତ, ବ୍ୟବଚ୍ଛେଦ ପାଇଁ ଜୟପାଟଣା ସ୍ଥାନାନ୍ତର

କଲମପୁର: କଲମପୁର ଜୁନାଗଡ଼ ମୁଖ୍ୟ ରାସ୍ତାର ଦେପୁର ନିକଟରେ ଶନିବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣାରେ ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ରବିବାର ସକାଳ ୧୦ଟା ବେଳେ ମୃତ ଦୁଇ ଯୁବକଙ୍କ ମୃତଦେହକୁ ବ୍ୟବଚ୍ଛେଦପାଇଁ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଜୁନାଗଡ଼ ଥାନା ଅଧିନସ୍ଥ ଦାସିଗାଁର ସୌମେନ୍ଦ୍ର ନାଗ ଏବଂ ଦାସିଗାଁ ଭେଜିପଡ଼ାର କ୍ଷେତ୍ର ମାଝୀ ନାମକ ଦୁଇ ଯୁବକ କୌଣସି କାମରେ କଲମପୁର ଆସିଥିଲେ। ବିଳମ୍ବିତ ରାତିରେ ଦୁହେଁ ଏକ ବାଇକ ଯୋଗେ କଲମପୁର ଜୁନାଗଡ଼ ମୁଖ୍ୟ ରାସ୍ତା ଦେଇ ନିଜ ଘରକୁ ଫେରୁଥିବା ବେଳେ ଦେପୁର ନିକଟରେ କୌଣସି କାରଣରୁ ବାଇକ ଦୁର୍ଘଟଣା ଘଟିଥିଲା। ଯାହା ଫଳରେ ଉଭୟ ଯୁବକ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। କିଛି ଲୋକ ଦୁର୍ଘଟଣା ସମ୍ବନ୍ଧରେ ସୂଚନା ପାଇ ତୁରନ୍ତ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିଥିଲେ। ଚିଲିଗୁଡାଠାରୁ ଆମ୍ବୁଲାନ୍ସ ଆସି ଘଟଣାସ୍ଥଳରେ ପହଞ୍ଚିଥିଲା। ସ୍ଥାନୀୟ ଯୁବକଙ୍କ ସହଯୋଗରେ ଉଭୟଙ୍କୁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ପହଞ୍ଚିବା ବେଳକୁ ଦୁଇ ଜଣଙ୍କ ମୃତ୍ୟୁ ହେଇସାରିଥିବା ଡାକ୍ତର ସୂଚନା ଦେଇଥିଲେ। ଘଟଣା ସ୍ଥଳରେ କଲମପୁର ପୁଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ରବିବାର ସକାଳେ ଏସ.ଆଇ ଡୋଳାମଣି ବିଶି ମୃତଦେହ ପଞ୍ଚନାମା କରିବା ପରେ ବ୍ୟବଚ୍ଛେଦ ପାଇଁ ଜୟପାଟଣା ସ୍ଥାନାନ୍ତର କରିଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories