www.samajalive.in
Sunday, December 14, 2025
26.1 C
Bhubaneswar

ସାନ ଭାଇର ଛୁରା ମାଡରେ ବଡ଼ଭାଇ ମୃତ

ମ.ରାମପୁର: କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକର ଦେଢଶୁଲି ପଞ୍ଚାୟତର ଗସକା ପଡା ଗାଁରେ ଅଭାବନୀୟ ଘଟଣା ଘଟିଛି । ସାନ ଭାଇ ବିମ୍ବାଧର ମାଝୀର ଛୁରା ମାଡରେ ବଡ଼ଭାଇର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଦାସ ମାଝୀ। ଦୀର୍ଘ ଦିନର ଘରୋଇ ବିବାଦକୁ ନେଇ ଉଭୟଙ୍କ ମଧ୍ୟରେ କଳହ ଲାଗି ରହିଥିଲା। ସାନ ଭାଇ ବିମ୍ବାଧର ମାଝୀ ସହ ଦାସ ମାଝୀ ର ରବିବାର ବିଳମ୍ବିତ ରାତିରେ ଗଣ୍ଡଗୋଳ ହୋଇଥିଲା। ପରେ ବିମ୍ବାଧର ଏକ ଧାରୁଆ ଛୁରୀରେ ଆକ୍ରମଣ କରିବାରୁ ଦାସ ମାଝୀର ମୃତ୍ୟୁ ଘଟିଥିଲା। ମୃତକକୁ ମ.ରାମପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ବ୍ୟବଚ୍ଛେଦ ପରେ ମୃତ ଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ମ.ରାମପୁର ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୁକ୍ତ ସାନ ଭାଇ ବିମ୍ବାଧରକୁ ପୋଲିସ ଗିରଫ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories