www.samajalive.in
Monday, December 15, 2025
17.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ସ୍ଵତନ୍ତ୍ର ବତ୍କୃତା ମାଳା

ଗୋପାଳପୁର : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଆଜି କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶଙ୍କ ଅଧ୍ୟକ୍ଷତାରେ  ସ୍ଵତନ୍ତ୍ର ବକୃତା ମାଳା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ମିଳିତ ଜାତିସଂଘ ର ପରିବେଶ ବିଭାଗର ସାଧାରଣ ସମ୍ପାଦକ ସତ୍ୟ ସୁନ୍ଦର ତ୍ରିପାଠୀ ଯୋଗ ଦେଇ ଶୀର୍ଷକ ମାନବ ଓ ଜଳବାୟୁ  ପୃଥିବୀ ର ଭବିଷ୍ୟତ ଉପରେ ବିଭିନ୍ନ ଉଦାହରଣ ମାଧ୍ୟମରେ ଆଲୋକପାତ କରିଥିଲେ। ପ୍ରାକୃତିକ ଜୈବ ପଦ୍ଧତି ରେ ଚାଷ କଲେ ପୃଥିବୀର ଜଳବାୟୁ ସନ୍ତୁଳିତ ହେବ ଯାହା ଫଳରେ ପୃଥିବୀର ସମସ୍ତ ଜୀବ ଜନ୍ତୁ ପ୍ରାଣୀ ଚିର ସ୍ଥାୟୀ ହୋଇ ବଞ୍ଚିତ ହୋଇପାରିବ ବୋଲି କହିଥିଲେ।ପରିବେଶ ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିବା ପାଇଁ ମତ ପ୍ରକାଶ କରିଥିଲେ।

ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ସୁଶାନ୍ତ କୁମାର ବରାଳ ଯୋଗ ଦେଇ ଶୀର୍ଷକ ଉପରେ ଆଲୋକପାତ କରିଥିଲେ। ଆବାହକ ପ୍ରଫେସର୍ ବି. ଅଞ୍ଜନ କୁମାର ପୃଷ୍ଟି ଅତିଥି ପରିଚୟ ପ୍ରଦାନ କରିଥିଲେ । ଡ଼ଃ ସଦାନନ୍ଦ ନାୟକ ସଭା ପରିଚାଳନା କରିବା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି ଅବସରରେ ବିଶ୍ଵବିଦ୍ୟାଳୟ ପକ୍ଷରୁ ଉପଢୌକନ ସହ ଉପହାର ଦେଇ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ ଶିକ୍ଷକ ଅଣ ଶିକ୍ଷକ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories