www.samajalive.in
Sunday, December 7, 2025
26.1 C
Bhubaneswar

ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ ଓ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ

ନୂଆଦିଲ୍ଲୀ: ଦିଲ୍ଲୀରେ ବସୁଛି କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ଏବଂ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇ ଥିବାବେଳେ ଏଥିରେ ନିର୍ବାଚନ ଇସ୍ତାହାର ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯିବ । ଏହାପରେ ଦଳର ଶିର୍ଷ ନେତୃତ୍ୱଙ୍କ ଦ୍ୱାରା ଇସ୍ତାହାରରେ ମୋହର ଲାଗିପାରେ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମ ଇସ୍ତାହାର କମିଟିର ଅଧ୍ୟକ୍ଷ ରହିଛନ୍ତି । ଲୋକଙ୍କ ମତାମତକୁ ଆଧାର କରି ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହୋଇଥିବା ଦଳ ପକ୍ଷରୁ କୁହାଯାଇଛି । ସେହିପରି ୨୦ତାରିଖରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଏହାପୂର୍ବରୁ କଂଗ୍ରେସ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିବା ସମ୍ଭାବନା ରହିଛି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories