www.samajalive.in
Sunday, December 7, 2025
16.1 C
Bhubaneswar

ହାତ ଛାଡିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର: ଲୋକସଭା ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସକୁ ବଡ ଝଟକା ଲାଗିଛି। କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି ବିଧାୟକ ଅଧିରାଜ ପାଣିଗ୍ରାହୀ। ସେ ମଙ୍ଗଳବାର କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫାପତ୍ର ପଠାଇଛନ୍ତି। ଦୀର୍ଘ ୨୫ ବର୍ଷ ଧରି ସେବା କରିବାକୁ ସୁଯୋଗ ଦେଇଥିବାରୁ କଂଗ୍ରେସକୁ ଧନ୍ୟବାଦ ଦେଇଛନ୍ତି ଅଧିରାଜ । ଆଜି ଅଧିରାଜ ବିଜେଡିରେ ମିଶିବେ ବୋଲି ସୂଚନା ମିଳିଛି। ନିର୍ବାଚନ ମଣ୍ଡଳୀର ଜନସାଧାରଣ ଓ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି କଂଗ୍ରେସ ଛାଡିଥିବା କହିଛନ୍ତି ଅଧିରାଜ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories