ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ, ଗେଜେଟ୍ ବିଜ୍ଞପ୍ତି ଜାରି
ଡେସ୍କ: ଆଜି ସକାଳୁ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଲୋକସଭା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତର ନିର୍ବାଚନ ଆୟୋଗ ଆଜି ୨୧ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ସଂସଦୀୟ କ୍ଷେତ୍ର ପାଇଁ ଗେଜେଟ୍ ବିଜ୍ଞପ୍ତି ଜାରି କରିବା ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟର ଏହି ନିର୍ବାଚନ ମଣ୍ଡଳୀଗୁଡ଼ିକରେ ୧୯.୦୪.୨୦୨୪ରେ ମତଦାନ ହେବ।
ଲୋକସଭା ନିର୍ବାଚନ ୨୦୨୪ – ଆୟକର ନିର୍ଦ୍ଦେଶାଳୟ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ରାଜସ୍ଥାନ, ସିକ୍କିମ, ତାମିଲନାଡୁ, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ, ଜମ୍ମୁ ଓ କଶ୍ମୀର, ଲାକ୍ଷାଦ୍ୱୀପ ଓ ପୁଡୁଚେରୀ ଅନ୍ତର୍ଭୁକ୍ତ।
Comments are closed.