www.samajalive.in
Saturday, December 13, 2025
26.1 C
Bhubaneswar

ବନ୍ଧୁକ ତିଆରି କାରଖାନା ଠାବ, ଜଣେ ଗିରଫ

ନୀଳଗିରି : ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି । ପୁଲିସ ଓ ବନବିଭାଗ ପକ୍ଷରୁ ମିଳିତ ଚଢ଼ଉ କରାଯାଇ ଏନେଇ ଜଣେ ଶିକାରୀକୁ ଗିରଫ କରାଯାଇଛି । ନୀଳଗିରି ଥାନା ଅଧୀନ ମଲ୍ଲୀବଣିଆ ଗାଁର ଜଗବନ୍ଧୁ ସିଂ ନାମକ ଜଣେ ଶିକାରୀ ଦୀର୍ଘ ବର୍ଷ ହେବ ଦେଶୀ ବନ୍ଧୁକ ତିଆରି କରି ବିକ୍ରି କରୁଥିଲା । ଆଜି ନୀଳଗିରି ଆଇଆଇସି ଗୋପାଳ ଚନ୍ଦ୍ର କର୍ଣ୍ଣ, କୁଲଡିହା ରେଞ୍ଜ ଅଧିକାରୀ ପ୍ରବୀର ମୁର୍ମୁ, ଫରେଷ୍ଟର ଭାଗ୍ୟଶ୍ରୀ ଦ୍ୱିବେଦୀ ପ୍ରମୁଖ ସଦଳବଳେ ଚଢ଼ଉ କରି ୪ଟି ଦେଶୀ ବନ୍ଧୁକ, ଲୁହା ବ୍ୟାରେଲ, ୨ଟି ପିସ୍ତଲ, ଡ୍ରିଲ ମେସିନ ସହ ବନ୍ଧୁକ ତିଆରି ସରଞ୍ଜାମ ଜବତ କରିଛନ୍ତି । ଏନେଇ ନୀଳଗିରି ଥାନାରେ ଆର୍ମ୍ସ ଆକ୍ଟ ଅନୁସାରେ ଏକ ମାମଲା ମଧ୍ୟ ରୁଜୁ କରାଯାଇଛି । ସମ୍ପୃକ୍ତ ଅଭିଯୁକ୍ତକୁ ଗିରଫ କରାଯାଇ ଏ ସମ୍ପର୍କରେ ନୀଳଗିରି ପୁଲିସ ଅଧିକ ତଦନ୍ତ ଆରମ୍ଭ କରିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories