www.samajalive.in
Saturday, December 6, 2025
23.1 C
Bhubaneswar

୬ ଶିକାରୀ ଗିରଫ, ୬ ବନ୍ଧୁକ ଜବତ

ନୀଳଗିରି: ବାଲେଶ୍ୱର ଜିଲା ନୀଳଗିରି ସ୍ଥିତ କୁଲଡିହା ଅଭୟାରଣ୍ୟରେ ବନ ବିଭାଗର ରାତି ଅଧିଆ କମ୍ବିଂ ଅପରେସନରେ ୬ ଶିକାରୀ ଗିରଫ ସହ ୬ ବନ୍ଧୁକ ଜବତ ହୋଇଛି। କୁଲଡିହା ବନ ବିଭାଗ, ଶିମିଳିପାଳ ଟାଇଗର ପ୍ରୋଟେକ୍ସନ ଫୋର୍ସ ଓ ନୀଳଗିରି ପୁଲିସ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା। ବିଳମ୍ବିତ ରାତିରେ ଚଢାଉ କରାଯାଇ ବାହାବନ୍ଧ ନିକଟ ଡେଉଁଚଖାଲ ଅଂଚଳରୁ ୬ଜଣ ଶିକାରୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୬ଟି ଦେଶୀ ବନ୍ଧୁକ ସହ ହରିଣ ସଂଘ ଜବତ କରାଯାଇଛି। ୩/୪ ଦିନ ପୂର୍ବରୁ ଶିକାରୀ ଗୁଳିରେ ଜଣେ ବନ କର୍ମଚାରୀ ଗୁରୁତର ହେବା ପରେ ପୁଲିସ ଓ ବନ ବିଭାଗ ଆକ୍ସନ ମୋଡରେ ରହିଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories