www.samajalive.in
Sunday, December 7, 2025
16.1 C
Bhubaneswar

ଇଡି ଲକଅପରେ ରାତି କାଟିଲେ କେଜ୍ରିୱାଲ; ଆଜି ହୋଇପାରେ ଶୁଣାଣି

ନୂଆଦିଲ୍ଲୀ: ଗିରଫ ହେବା ପରେ ଇଡି ଲକଅପରେ ରାତି କାଟିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗୁରୁବାର ରାତିରେ ତାଙ୍କୁ ଗିରଫ କରିଥିଲା ଇଡି । ଗିରଫ ପରେ ଇଡି କାର୍ଯ୍ୟାଳୟକୁ ନିଆଯାଇଥିଲା । ସେଠାରେ ସେ ରାତି ବିତାଇଛନ୍ତି । କେଜ୍ରିୱାଲଙ୍କୁ ଇଡ଼ି ଲକଅପରେ ରଖାଯାଇଛି । ଆଜି କେଜ୍ରିୱାଲଙ୍କୁ ସ୍ୱତନ୍ତ୍ର ଅଦାଲତରେ ହାଜର କରାଯିବ । ଇଡି ହାଜତରେ ଜେରା କରିବାକୁ କୋର୍ଟଙ୍କ ଅନୁମତି ଲୋଡିବ ତଦନ୍ତକାରୀ ସଂସ୍ଥା । ଅନ୍ୟପଟେ କେଜ୍ରିୱାଲଙ୍କ ଗିରଫ ପ୍ରତିବାଦରେ ଗୁରୁବାର ରାତିରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ଆପ୍‍ । ରାତି ଭିତରେ ତତ୍କାଳ ଶୁଣାଣି କରିବାକୁ ଆବେଦନ କରାଯାଇଥିଲା । ଆଜି ଆପର ଆବେଦନ ଉପରେ ଶୁଣାଣି ହୋଇପାରେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories