www.samajalive.in
Saturday, December 13, 2025
21.1 C
Bhubaneswar

ଆବେଦନ ଉପରେ ଶୁଣାଣି କଲେନି ସୁପ୍ରିମକୋର୍ଟ: କେଜ୍ରିୱାଲଙ୍କୁ ସ୍ୱତନ୍ତ୍ର ବେଞ୍ଚକୁ ଯିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ ନେଇ ଶୁଣାଣି ହୋଇଛି । ମାମଲାରେ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡଙ୍କ ଖଣ୍ଡପୀଠ କେଜ୍ରିୱାଲଙ୍କୁ ସ୍ୱତନ୍ତ୍ର ଖଣ୍ଡପୀଠକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି କୋର୍ଟରେ ହାଜର ହୋଇଥିଲେ । ଆବେଦନର ଶୁଣାଣି କରି ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କୁ ନେଇ ଗଠିତ ଖଣ୍ଡପୀଠ ଜଷ୍ଟିସ୍‍ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠକୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ଶୁଣାଣି ଜଷ୍ଟସ୍‍ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠ କରିବେ ବୋଲି କୁହାଯାଇଛି ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories