www.samajalive.in
Monday, December 15, 2025
16.1 C
Bhubaneswar

ମେଣ୍ଟ ଦ୍ବନ୍ଦ୍ବ ଦୂର: ମନମୋହନଙ୍କ ପୋଷ୍ଟକୁ ତୁଙ୍ଗ ନେତାଙ୍କ ସମର୍ଥନ

ଭୁବନେଶ୍ବର: ଗତ କିଛି ଦିନ ଧରି ରାଜ୍ୟରେ ବିଜେପି-ବିଜେଡି ମେଣ୍ଟ ନେଇ ଚାଲିଥିବା ଚର୍ଚ୍ଚାରେ ଶେଷରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଶୁକ୍ରବାର ମେଣ୍ଟ ହେବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ବି​‌ଜେପି ରାଜ୍ୟରେ ଏକାକୀ ଲଢିବ ବୋଲି ସମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସେ ସୂଚନା ଦେଇଛନ୍ତି। ତେବେ ତାଙ୍କର ଏହି ପୋଷ୍ଟକୁ ସମର୍ଥନ ଜଣାଇ ବିଜେପିର ଅନ୍ୟ ତୁଙ୍ଗ ନେତାମାନେ ଏହାକୁ ରି-ପୋଷ୍ଟ କରିଥିବା ଦେଖିବାକୁ ମିଳିଛି।

ମନମୋହନଙ୍କ ଏକାକୀ ଲଢିବା ପୋଷ୍ଟକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରି-ପୋଷ୍ଟ କରିଛନ୍ତି। ତାଙ୍କ ସହ ସାଂସଦ ଅପରାଜିତା ଷଡ଼ଙ୍ଗୀ ପୋଷ୍ଟକୁ ରି-ପୋଷ୍ଟ କରି ‘ଏକ୍ସଲେଣ୍ଟ ଇମେନ୍ସଲି ଗ୍ରେଟ୍‌ଫୁଲ୍‌’ ବୋଲି ଲେଖିଛନ୍ତି। କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ଗଣମାଧ୍ୟମରେ ଏହାକୁ ସମର୍ଥନପୂର୍ବକ ମନ୍ତବ୍ୟ ଦେଇଛନ୍ତି।

- Advertisement -

ସୂଚନାଯୋଗ୍ୟ, ନିଜ ପୋଷ୍ଟରେ ମନମୋହନ ଲେଖିଛନ୍ତି, ବିକଶିତ ଓଡିଶା ଗଠନ ସବୁବେଳେ ମୋଦୀଙ୍କ ଲକ୍ଷ୍ୟ ରହିଆସିଛି। ଓଡ଼ିଶାରେ ବିଜେପି ସମସ୍ତ ଲୋକସଭା ଓ ବିଧାନସଭାରେ ଏକା ଲଢ଼ିବ। ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରୁଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି। ସେ ଆହୁରି କହିଛନ୍ତି, ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି। ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ମନମୋହନ ଟ୍ୱିଟ କରିଛନ୍ତି।

 

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories