www.samajalive.in
Monday, December 15, 2025
24.1 C
Bhubaneswar

ଶ୍ରେଣୀ ଗୃହରୁ ଛାତ୍ରଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପୁଲିସର ତଦନ୍ତ ଜାରି

ଗୁଣୁପୁର: ରାୟଗଡା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଟଳଣା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଅନ୍ତେବାସୀ ଛାତ୍ରଙ୍କ ସନ୍ଦେହ ଜଣକ ମୃତ୍ୟୁ ଘଟିଛି । ବିଦ୍ୟାଳୟ ଶ୍ରେଣୀ ଗୃହରୁ ଛାତ୍ରଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ।
ମୃତ ଛାତ୍ର ଜଣକ ଶିକ୍ଷା ବିଭାଗ ଦ୍ବାରା ପରିଚାଳିତ ହଷ୍ଟେଲରେ ରହି ପଞ୍ଚମ ଶ୍ରେଣୀରେ ପଢୁଥିବା ଜଣାପଡିଛି । ମୃତ ଛାତ୍ର ଜଣକ ହେଉଛନ୍ତି ଜୁଦାସ ଶବର ଏବଂ ଘର ଟଳଣା ପଂଚାୟତରେ ଅଟେ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।  ପୁଟାସିଂ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ଜବତ ପରେ ବ୍ୟବଛେଦ ପାଇଁ ଗୁଣୁପୁର ଉପଖଣ୍ଡ ପଠାଇଥିଲା।
ଖବର ପାଇ ଗୁଣୁପୁର ଗୋଷ୍ଠୀ ଶିକ୍ଷାଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ଅନୁସନ୍ଧାନ କରୁଥିବା ଜଣାପଡିଛି। ଅପରପକ୍ଷେ ପୁଅର  ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରୁନାହାନ୍ତି ପରିବାର ବର୍ଗ। ଘଟଣାର ସଠିକ ତଦନ୍ତ କରାଯାଉ ବୋଲି ଦାବି କରିଛନ୍ତି ସମ୍ପର୍କୀୟ।
ଅପରପକ୍ଷରେ ଛାତ୍ରର ମୃତଦେହ ବ୍ୟବଛେଦ ସରିଛି। ଶବଗୃହରେ ପଡିରହିଛି ଛାତ୍ରର ମୃତଦେହ।  ଉପଯୁକ୍ତ ନ୍ୟାୟ ପ୍ରଦାନ ଦାବିରେ ମୃତଦେହକୁ ଗ୍ରହଣ କରୁନାହାଁନ୍ତି ପରିବାର ବର୍ଗ।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories