www.samajalive.in
Friday, December 12, 2025
15.1 C
Bhubaneswar

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଓଡିଆ ଜାତୀୟ ଆଲୋଚନାଚକ୍ର

କେନ୍ଦୁଝରଗଡ: ସ୍ୱାଧିନତା ପରବର୍ତ୍ତୀ ଓଡିଆ ସାହିତ୍ୟ ବହୁବିଧ ଉପାଦାନରେ ସମୃଦ୍ଧ। ସାହିତ୍ୟର ସମସ୍ତ ପରୀକ୍ଷା-ନିରୀକ୍ଷା ସହ ନୂତନତା ହିଁ ଏହାର ଅନ୍ୟତମ ବୈଶିଷ୍ଟ୍ୟ ବୋଲି ଜାତୀୟ ଆଲୋଚନାଚକ୍ରରେ ମତପ୍ରକାଶ ପାଇଛି।

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ କେନ୍ଦୁଝର ପରିସରରେ ଶୁକ୍ରବାର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଜାତୀୟ ଆଲୋଚନାଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ତଥା ନାଟ୍ୟକାର ନାରାୟଣ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ନାଟ୍ୟ ସାହିତ୍ୟ ସମ୍ପର୍କରେ ତାତ୍ତ୍ୱିକ ଆଲୋଚନା କରିଥିଲେ। ବିଶ୍ୱବିଦ୍ୟାଳୟର ବିଭାଗୀୟ ମୁଖ୍ୟ ପ୍ରଫେସର ବବ୍ରୁବାହନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ.ଚିତ୍ତରଞ୍ଜନ ମିଶ୍ର ଓ ଝାରଖଣ୍ଡ ରାଜ୍ୟର ବହରାଗୋଡା ମହାବିଦ୍ୟାଳୟର ଓଡିଆ ଅଧ୍ୟାପକ ଡ.ବାଳକୃଷ୍ଣ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇ କାବ୍ୟସାହିତ୍ୟ ଓ କଥାସାହିତ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ।

- Advertisement -

ବିଭାଗୀୟ ସହକାରୀ ପ୍ରଫେସର ଶିଶିର ବେହେରା ପ୍ରାରମ୍ଭରେ ସ୍ୱାଗତଭାଷଣ ଓ ଅତିଥି ପରିଚୟ ପ୍ରଦାନ ସହ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଓଡିଆ ଭାଷା ଓ ସାହିତ୍ୟ ବିଭାଗର ଗବେଷକ, ଗବେଷିକା, ଛାତ୍ରଛାତ୍ରୀ ଏହି ଜାତୀୟ ଆଲୋଚନାଚକ୍ରରେ ଯୋଗ ଦେଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories