www.samajalive.in
Saturday, December 6, 2025
19.1 C
Bhubaneswar

ନିଖୋଜ ମହିଳାଙ୍କ ମୃତଦେହ ନାଳରୁ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ଗ୍ରାମର ତଣ୍ଡିଆ ସାହି ନିକଟ କାଶିଆ ନାଳରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣଙ୍କ ମହେଶ୍ୱର ମହାନ୍ତଙ୍କ ସ୍ତ୍ରୀ ପାର୍ବତୀ ମହାନ୍ତ (୬୩) ବୋଲି ଜଣାପଡିଛି। ସେ ପରିବାର ଲୋକଙ୍କ ଅଜାଣତରେ କାଶିଆ ନାଳକୁ ଗାଧୋଇବା ପାଇଁ ଚାଲି ଯାଇଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ । କାଶିଆ ନାଳରେ ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଖବର ଜଣାପଡିବା ପରେ ପରିବାର ଲୋକେ ପହଞ୍ଚି ଘଟଗାଁ ପୁଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଥାନା ଏଏସଆଇ ରାମଚନ୍ଦ୍ର ସଏ ଘଟଣା ସ୍ଥଳରେ ପହଞ୍ଚି ପାଟଣା ଅଗ୍ନିଶମ ବାହିନୀ ସହାୟତାରେ ମୃତଦେହକୁ ଉଦ୍ଧାର କରି ପାଟଣାରେ ବ୍ୟବଚ୍ଛେଦ କରିବା ପରେ ତାଙ୍କ ପରିବାରକୁ ହସ୍ତାନ୍ତର କରିଛନ୍ତି। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories