www.samajalive.in
Sunday, December 14, 2025
23.1 C
Bhubaneswar

ଶ୍ରୀଜିଉଙ୍କ ଦର୍ଶନ କଲେ ବିଜେପିର ୨ ସାଂସଦ ପ୍ରାର୍ଥୀ

ପୁରୀ: ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଭାବେ ନାମ ଘୋଷଣା ହେବା ପରେ ପୁରୀ ଯାଇ ସପରିବାର ସହିତ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ସହିତ ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ସଙ୍କଳ୍ପ, କେନ୍ଦ୍ର ସରକାରଙ୍କ ଯୋଜନାକୁ ନେଇକି, ୧୦ବର୍ଷର ଉପଲବ୍ଧିକୁ ସାକ୍ଷୀ ରଖି ଲୋକଙ୍କ ପାଖକୁ ଯିବୁ । ଆଗାମୀ ୨୫ ବର୍ଷର ସ୍ୱପ୍ନକୁ ନେଇ ଘରକୁ ଘର ବୁଲିବୁ ବୋଲି ଧର୍ମେନ୍ଦ୍ର କହିଛନ୍ତି । ସେହିପରି ସମ୍ବିତ ପାତ୍ର କହିଛନ୍ତି ଗତଥର ଅଳ୍ପକେ ଅଟକି ଯାଇଥିଲି । ମହାପ୍ରଭୁ କହିଥିଲେ, ଅଧିକ ତପସ୍ୟା କରିବାକୁ ପଡ଼ିବ। ତାଙ୍କର ଆଜ୍ଞା ପାଳନ କରି ମୁଁ ୫ ବର୍ଷ ଲୋକଙ୍କ ସହିତ ରହିଛି। ବର୍ତ୍ତମାନ ମହାପ୍ରଭୁ ଯାହା ଦେବେ ତାହାକୁ ସ୍ୱୀକାର କରିବି ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories