www.samajalive.in
Monday, December 8, 2025
24.1 C
Bhubaneswar

ହୀରାକୁଦରେ ଡାଇରିଆ ନିୟନ୍ତ୍ରଣ କରିବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର : ସମ୍ବଲପୁର ଜିଲ୍ଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣକୁ ରୋକିବା ପାଇଁ ଚାଲିଛି ପ୍ରୟାସ । ପ୍ରଭାବିତ ଅଞ୍ଚଳରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍ ନିୟୋଜିତ କରିବାପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ବିଷୟରେ ଗଭୀର ଚିନ୍ତାପ୍ରକଟ କରିବା ସହ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ହୀରାକୁଦ ଅଞ୍ଚଳରେ ଡାଇରିଆ ସଂକ୍ରମଣ ବୃଦ୍ଧି ପାଇବା କାରଣରୁ ଲୋକଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ରହିଛି । ଡାଇରିଆକୁ ନିୟନ୍ତ୍ରଣ କରିବା ସହ ତୁରନ୍ତ ପ୍ରତିଷୋଧକମୂଳକ ପଦକ୍ଷେପ ନେବା ଅତ୍ୟନ୍ତ ଜରୁରୀ ହୋଇଛି । ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବର୍ତ୍ତମାନ ସୁଦ୍ଧା ଏହି ରୋଗରେ ଶତାଧିକ ଲୋକମାନେ ଆକ୍ରାନ୍ତ ହୋଇଥିବା ଜଣାପଡିଛି ।
ପାନୀୟ ଜଳ ସଂକ୍ରମଣ କାରଣରୁ ଏହି ରୋଗ ବ୍ୟାପୁଥିବା ସନ୍ଦେହ କରାଯାଉଥିବା ବେଳେ ପାଣି ପାଇପ ଫାଟି ଏହି ରୋଗ ବ୍ୟାପୁଥିବା ନେଇ ଲୋକମାନେ ଅଭିଯୋଗ କରିଛନ୍ତି । ବିଶେଷ ଭାବରେ ଶିଶୁ ଓ ବୟସ୍କଙ୍କ ସ୍ୱାସ୍ଥ୍ୟ ସମସ୍ୟା ପ୍ରତି ବଡ ବିପଦ ଦେଇଛି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories