www.samajalive.in
Monday, December 15, 2025
16.1 C
Bhubaneswar

ଗ୍ରୀଷ୍ମ ପ୍ରବାହକୁ ନେଇ ପରାମର୍ଶ ଜାରି କଲେ ନିର୍ବାଚନ ଆୟୋଗ

ଡେସ୍କ: ଗ୍ରୀଷ୍ମ ପ୍ରବାହକୁ ନେଇ ନିର୍ବାଚନ ଆୟୋଗ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପରାମର୍ଶ ଜାରି କରିଛନ୍ତି। ଗ୍ରୀଷ୍ମ ଋତୁରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ, ଯାହା ମାର୍ଚ୍ଚରୁ ଜୁନ୍ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ସୃଷ୍ଟି କରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ସଂକ୍ରାନ୍ତରେ ଗ୍ରୀଷ୍ମ ପ୍ରବାହର ପ୍ରଭାବକୁ ରୋକିବା ପାଇଁ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଜାରି କରିଥିବା କ’ଣ ଓ କ’ଣ ନ କରିବାକୁ ପରାମର୍ଶ ଦିଆଯାଇଛି ତାହାର ନକଲ କମିଶନ ପ୍ରଦାନ କରିଛନ୍ତି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପରାମର୍ଶ ଅନୁଯାୟୀ, ବିଶେଷ କରି ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୩ଟା ମଧ୍ୟରେ ଲୋକଙ୍କୁ ସୂର୍ଯ୍ୟକିରଣ ସଂସ୍ପର୍ଶରେ ନ ଆସିବାକୁ ଏବଂ ଆବଶ୍ୟକ ପରିମାଣରେ ପାଣି ପିଇବାକୁ ପରାମର୍ଶ ଦିଆଯାଇଛି। ଲୋକଙ୍କୁ ବାସି ଖାଦ୍ୟ ଖାଇବାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଛାଇର ମୌଳିକ ସୁବିଧା ସୁନିଶ୍ଚିତ କରିବାକୁ ଆୟୋଗ ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories