www.samajalive.in
Sunday, December 14, 2025
26.1 C
Bhubaneswar

କୋରାପୁଟ ପୋଡାଗଡରେ ମର୍ମନ୍ତୁଦ ଦୁର୍ଘଟଣା: ବସ୍ ଓଲଟି ଜଣେ ମୃତ, ୭ ଯାତ୍ରୀ ଗୁରୁତର

କୋରାପୁଟ: କୋରାପୁଟ ସଦର ଥାନା ପୋଡାଗଡ ଜାତୀୟ ରାଜପଥ ୩୨୬ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ପୋଡାଗଡ ନିକଟରେ ଭାରସାମ୍ୟ ହରାଇ ଏକ ବସ୍ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେବା ପରେ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୭ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ପ୍ରାୟ ଦୁଇ ଘଣ୍ଟା ଧରି ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇଁ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ। କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରୁ ୭ଟି ଆମ୍ବୁଲାନ୍ସ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଥିଲା। ସ୍ଥାନୀୟ ଲୋକଙ୍କ ସହାୟତା ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିପଡିଥିଲେ। ଡ୍ରାଇଭର ଜଣକ ମଦ୍ୟପାନ କରିବା ଦ୍ବାରା ଏପରି ହୋଇଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି। ବସ୍ ଟି ମାଲକାନଗିରିରୁ ବ୍ରହ୍ମପୁର ଆସୁଥିବା ବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories