www.samajalive.in
Monday, December 8, 2025
24.1 C
Bhubaneswar

ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଶୋକ ଗେହଲଟ୍

ଜୟପୁର: କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ୍ ତୃତୀୟ ଥର ପାଇଁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ସୋମବାର ଶପଥ ଗ୍ରହଣ କରିଛନ୍ତି । ତାଙ୍କ ସହ ନୂଆ ସରକାରର ଉପ-ମୁଖ୍ୟମନ୍ତ୍ରୀ ଭାବେ ସଚିନ ପାଇଲଟ୍‌ ଶପଥ ପାଠ କରିଛନ୍ତି । ରାଜ୍ୟପାଳ କଲ୍ୟାଣ ସିଂହ ଉଭୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ରାହୁଳ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଜୟପୁରର ଆଲବର୍ଟ ହଲ୍‌ରେ ଏହି କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି ।

ଅଶୋକ ଗେହଲଟ୍ ରାଜସ୍ଥାନରେ ତୃତୀୟ ଥର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ରାଜ୍ୟରେ ତୃତୀୟ ଥର ମୁଖ୍ୟମନ୍ତ୍ରୀ ହୋଇଥିବା ନେତାଙ୍କ ମଧ୍ୟରୁ ଅଶୋକ ଗେହଲଟ୍ ହେଉଛନ୍ତି ଚତୁର୍ଥ ନେତା । ଗେହଲଟ୍ ଙ୍କ ପୂର୍ବରୁ ଭୈରୋନ୍ ସିଂ ଶେଖାୱତ୍ ଏବଂ ହରିଦେବ ଯୋଶୀ ତିନି ଥର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ମୋହନ ଲାଲ ମୁଖଣ୍ଡିୟା ସବୁଠୁ ଅଧିକ ଥର(୪ ଥର) ଏହି ପଦରେ ରହିଛନ୍ତି । ଗେହଲଟ୍ ୧୯୯୮ ମସିହାରେ ପ୍ରଥମ ଥର ଏବଂ ୨୦୦୮ ମସିହାରେ ଦ୍ବିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ହୋଇଥିଲେ । ରାଜନୀତିରେ ସକ୍ରିୟା ଥିବା ଗେହଲଟ୍ ଇନ୍ଦିରା ଗାନ୍ଧୀଙ୍କ ସମୟରେ କେନ୍ଦ୍ରମନ୍ତ୍ରୀ ଥିଲେ ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories