www.samajalive.in
Saturday, December 13, 2025
21.1 C
Bhubaneswar

୨ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର 

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ନଂ ଜାତୀୟ ରାଜପଥ ମଙ୍ଗଳପୁର କୁଆପଶି ନିକଟରେ ଆଜି ମଧ୍ୟାହ୍ନରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ୨ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୃତକ ତୁରୁମୁଙ୍ଗା ଥାନା ଖୁଣ୍ଟାପଡା ଗ୍ରାମର ଶକ୍ତିଭୂଷଣ ବାରିକ ବୋଲି ଜଣାପଡିଥିବାବେଳେ ଗୁରୁତର  ଜଣକ ଘଟଗାଁ ଥାନା ମୁକ୍ତାପୁର ଗ୍ରାମର ସନା ମୁଣ୍ଡା ବୋଲି ଜଣାପଡିଛି। ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପାଟଣା ପୁଲିସ ପହଞ୍ଚି ଉଭୟ ବାଇକକୁ ଜବତ କରିବା ସହ ପାଟଣାରେ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories