www.samajalive.in
Sunday, December 14, 2025
26.1 C
Bhubaneswar

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା ଭଦ୍ର

ଯାଜପୁର: ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ରଙ୍କ ଘର ଉପରେ ବନ ବିଭାଗର ଚଢ଼ାଉ ଘଟଣା । ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା ଭଦ୍ର। ଉଭୟ ମୋନାଲିସା ଏବଂ ତାଙ୍କ ସ୍ବାମୀ ଯାଜପୁର ରୋଡ୍ ବନ ବିଭାଗ କାର୍ଯ୍ୟାଳୟକୁ ଆସି ଆତ୍ମସମର୍ପଣ କରିଛନ୍ତି। ତଦନ୍ତ କରି  କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଯାଜପୁର ରୋଡ଼ ରେଞ୍ଜର ଜୋତି ରଞ୍ଜନ ମହାପାତ୍ର । ଗତ ମାର୍ଚ୍ଚ ୨୪ ତାରିଖରେ ବନ୍ୟ ଆଇନ ଉଲଂଘନ କରିବା ଅଭିଯୋଗରେ ବନ ବିଭାଗର ଦୁଇଟି ଟିମ ଯାଜପୁର ବ୍ଲକ ଜହଳ ଗାଁ ସ୍ଥିତ ଭଦ୍ର ଦମ୍ପତିଙ୍କ ବାସଭବନରେ ଚଢ଼ାଉ କରିଥିଲେ । ବେଆଇନ ଭାବେ ବନ୍ୟଜନ୍ତୁଙ୍କୁ ରଖି ଭିଡିଓ ପୋଷ୍ଟ କରିବା ନେଇ ଉଭୟ ମୋନାଲିସା ଏବଂ ତାଙ୍କ ସ୍ୱାମୀଙ୍କ ବିରୋଧରେ ଅଭିଯୋଗ ରହିଛି । ବନ ବିଭାଗର ଦୁଇଟି ଟିମ୍ ମୋନାଲିସାଙ୍କ ଘରେ ରେଡ୍ କରିବା ପରେ ଉଭୟ ଫେରାର୍ ହୋଇଯାଇଥିଲେ। ମୋନାଲିସା ଓ ତାଙ୍କ ସ୍ୱାମୀଙ୍କୁ ଧରିବା ପାଇଁ ବନ ବିଭାଗ କର୍ମଚାରୀ ମାନେ ଅନେକ ଚେଷ୍ଟା କରି ମଧ୍ୟ ବିଫଳ ହେଇଥିଲେ । ଗତ ସୋମବାର ସକାଳୁ ପୁଣି ଥରେ ବନବିଭାଗ ପକ୍ଷରୁ ତାଙ୍କ ଘରେ ଚଢ଼ାଉ କରାଯାଇଥିଲା । ଦ୍ଵିତୀୟ ଥରର ଚଢାଉରେ ବନ ବିଭାଗ ପକ୍ଷରୁ ଏକ ମାଙ୍କଡ଼କୁ ଜବତ କରାଯାଇଥିଲା। ପରେ ଉଭୟ ଭଦ୍ର ଦମ୍ପତ୍ତି ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories