www.samajalive.in
Tuesday, December 9, 2025
23.1 C
Bhubaneswar

ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ ବେଶ୍ରା

ସମାଜ ଡିଜିଟାଲ ଡେସ୍କ: ନିର୍ବାଚନ ଯେତେ ପାଖେଇ ଆସୁଛି ରାଜ୍ୟ ରାଜନୀତିରେ ବଡ଼ ବଡ଼ ନେତାଙ୍କ ଦଳ ବଦଳ ସେତେ ବଢି ଚାଲିଛି। ଗୁରୁବାର ରାଜ୍ୟର ୩ ଚର୍ଚ୍ଚିତ ଚେହେରା ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି। ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଏବଂ ମୟୂରଭଞ୍ଜର ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ, ବିଜୟପାଲ ସିଂ ତୋମର ଏବଂ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି।

କଟକ ଲୋକସଭା ଆସନରୁ ୬ ଥର ସାଂସଦ ଥିବା ଭର୍ତ୍ତୃହରି ମହତାବ ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ। ଅପରପକ୍ଷେ ସିଦ୍ଧାନ୍ତ ମହାପାତ୍ର ବ୍ରହ୍ମପୁରରୁ ୨ ଥର ସାଂସଦ ହୋଇଛନ୍ତି। ସେହିପରି ଦମୟନ୍ତୀ ବେଶ୍ରା ବାରିପଦାର ଜଣେ ଚର୍ଚ୍ଚିତ ଚେହେରା। ସେ ସାନ୍ତାଳୀ ଭାଷାର ଜଣେ ଗବେଷକ। ୨୦୨୦ରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ଦମୟନ୍ତୀ। ୨୦୦୯ରେ ତାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories