www.samajalive.in
Sunday, December 14, 2025
26.1 C
Bhubaneswar

ଉପରମୁହାଁ ପାରଦ ; ବଢିବ ତାତି

ଭୁବନେଶ୍ୱର : ରାଜ୍ୟରେ ଅନୁଭୂତ ହେଉଛି ପ୍ରବଳ ଖରା ସହ ଗୁଳୁଗୁଳି। ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶାରେ ଅସମ୍ଭାଳ ତାତି ଅନୁଭୂତ ହେବ। ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଜାରି ରହିବ। ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ବଢିବ ତାତି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି।


ଦିନ ସାଢେ ୧୧ଟାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ରେକର୍ଡ କରାଯାଇଛି। ସାଢେ ୧୧ଟା ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୬.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ଓ କେନ୍ଦୁଝରର ତାପମାତ୍ରା ୩୬ ଡିଗ୍ରୀ। ଏହାସହ ଝାରସୁଗୁଡା ୩୫.୪ ଓ ସମ୍ବଲପୁର ୩୫.୨ ଡିଗ୍ରୀ, ହୀରାକୁଦ ୩୪.୬, ବାଲେଶ୍ୱର ୩୪.୨ ରେକର୍ଡ କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories