www.samajalive.in
Sunday, December 14, 2025
15.1 C
Bhubaneswar

ହାତ ଛାଡିଲେ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ତଥା ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ। ପିସିସି ସଭାପତିଙ୍କ ନିକଟକୁ ଚିରଞ୍ଜୀବ ଇସ୍ତଫା ପତ୍ର ପଠାଇଛନ୍ତି। ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବିଧାୟକ ଥିଲେ ଚିରଞ୍ଜୀବ। ଦୀର୍ଘ ଦିନ ଧରି କଂଗ୍ରେସ ଦଳରେ ସେ ରହିବା ସହ ବେଶ ସକ୍ରିୟ ଭାବେ କାର୍ଯ୍ୟ କରୁଥିଲେ। ଏପରିିକି ବିଧାନସଭାରେ ବିରୋଧୀ ଦଳର ଉପନେତା ଭାବେ ମଧ୍ୟ କଂଗ୍ରେସ ସ୍ୱରକୁ ଶାଣିତ କରିଥିଲେ । ହେଲେ ୨୦୨୪ ନିର୍ବାଚନ ପୂର୍ବରୁ କାହିଁକି ଦଳ ଛାଡିଲେ ତାହାକୁ ନେଇ ଚର୍ଚ୍ଚା ହେଉଛି। ଚିରଞ୍ଜୀବ କଂଗ୍ରେସ ଛାଡିବା ଫଳରେ ଦଳକୁ ଶକ୍ତ ଝଟକା ଲାଗିଛି। ଆଗାମି ଦିନରେ ସେ କେଉଁ ଦଳକୁ ଯିବେ ତାହା ଉପରେ ନଜର ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories