www.samajalive.in
Saturday, December 13, 2025
21.1 C
Bhubaneswar

୪୦ ଡିଗ୍ରୀ ଟପିଲା ରାଜ୍ୟର ୫ ସହର, ୪୧ ଡ଼ିଗ୍ରୀ ରେକର୍ଡ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ତାତିରେ ଫୁଟିଲା ସାରା ରାଜ୍ୟ। ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ତାତିର ରାଜ। ଆଜି ୪୦ ଡିଗ୍ରୀ ଟପିଲା ରାଜ୍ୟର ୫ ସହର। ମାଲକାନଗିରି ପାଲଟିଛି ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ମାଲକାନଗିରିରେ ଆଜିର ତାପମାତ୍ରା ୪୧ ଡ଼ିଗ୍ରୀ ରେକର୍ଡ କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁସାରେ ବୌଦ୍ଧ ଏବଂ ଟିଟିଲାଗଡ଼ ତାପମାତ୍ରା ୪୦.୫ ଡିଗ୍ରୀ ହୋଇଥିବାବେଳେ ବଲାଙ୍ଗିର ୨୦.୨, ନୟାଗଡ଼ ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ତାତିରୁ ବର୍ତ୍ତି ପାରିନି କଟକ ଓ ଭୁବନେଶ୍ବର ସହର। କଟକ ୩୭.୬ ଏବଂ ଭୁବନେଶ୍ବର ୩୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ମାର୍ଚ୍ଚ ଶେଷ ବେଳକୁ ରାଜ୍ୟରେ ତାପାମାତ୍ରା ହଠାତ ବୃଦ୍ଧି ପାଇବାରୁ ଏହା ସାଧାରଣ ଜନଜୀବନକୁ ପ୍ରଭାବିତ କରିଛି। ତେବେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ଗରମ ଓ ଗୁଳୁଗୁଳି ଜାରି ରହିବ ବୋଲି ସୂଚନା ଦିଆଯାଇଛି। ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବାରୁ ଜନସାଧାରଣ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories