www.samajalive.in
Sunday, December 7, 2025
23.1 C
Bhubaneswar

କେମିତି କଟିବ ଆଜି – ଜାଣନ୍ତୁ ଭାଗ୍ୟଫଳ

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ସୁଖ ମିଳିବ।
ବୃଷ: ହିଂସା ମାର୍ଗରୁ ମନ ଫେରାଇ ଆଣି ସଚେତନ ହେବାର ସୂଚନା ମିଳୁଛି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଆଜି ସତର୍କତାର ଦିନ।
ମିଥୁନ: ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ସ୍ବକର୍ମରୁ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ସମାଜସେବୀଭାବେ ଲୋକଙ୍କ ଆଦରର ପାତ୍ର ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କର୍କଟ: ରୋଜଗାରର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।
କନ୍ୟା: ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ତୁଳା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ବିଛା: ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିବେ।
ଧନୁ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ।
ମକର: ତପ ସାଧନା ଫଳବତୀ ହେବ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି।
କୁମ୍ଭ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ମୀନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ର ଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ-ସଦ୍ଦିଚ୍ଛା ଭାବ ରହିବ।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories