www.samajalive.in
Tuesday, December 9, 2025
16.1 C
Bhubaneswar

ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ଆଜି ଓଡ଼ିଶା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି କହିଛନ୍ତି ଯେ ଓଡ଼ିଶା ତା’ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ। ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ବହନ କରୁଥିବା ଓଡ଼ିଶାର ଜନସାଧାରଣଙ୍କର ରାଜ୍ୟ ତଥା ଦେଶର ବିକାଶରେ ବଡ଼ ଅବଦାନ ରହିଛି। ଶତାବ୍ଦୀ ଶତାବ୍ଦୀ ଧରି ଆଧୁନିକ ଭାରତର ନିର୍ମାତାମାନଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଜନ୍ମ ଦେଇଛି ଓଡ଼ିଶା। ଅଧିକରୁ ଅଧିକ ସଫଳତା ଓ ସମୃଦ୍ଧି ପାଇଁ ରାଜ୍ୟ ଓ ରାଜ୍ୟବାସୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଶୀର୍ବାଦ କରନ୍ତୁ ବୋଲି ରାଷ୍ଟ୍ରପତି କାମନା କରିଛନ୍ତି।


ଏହି ଅବସରରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ କହିଛନ୍ତି, ଭବ୍ୟ ପ୍ରାଚୀନ ମନ୍ଦିରଠାରୁ ଆରମ୍ଭ କରି ଆଧୁନିକ ଯୁଗର ଉନ୍ନତ ଉଦ୍ଭାବନ ପର୍ଯ୍ୟନ୍ତ ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଐତିହ୍ୟ ଓ ପ୍ରଗତି ସମସ୍ତଙ୍କୁ ଆକର୍ଷିତ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories