www.samajalive.in
Friday, December 12, 2025
15.1 C
Bhubaneswar

ବାଇକକୁ ଧକ୍କା ଦେଇ ଓଲଟିଲା ବୋଲେରୋ, ୨ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଚିକିଣିଆ ନିକଟରେ ଏକ ବାଇକକୁ ଏକ ବୋଲେରୋ ଧକ୍କା ଦେଇଛି। ଦୁର୍ଘଟଣା ଘଟାଇ ବୋଲେରୋଟି ରାସ୍ତା ଉପରେ ଓଲଟି ପଡ଼ିଛି। ବାଇକରେ ଥିବା ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଦୁଇ ଜଣ ଚିକିଣିଆ ଗ୍ରାମର ନାରଣ ନାଏକ ଓ ଯଦୁମଣି ନାଏକ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଉଭୟ ବାଇକ ଓ ବୋଲେରୋ ଢେଙ୍କିକୋଟରୁ କେନ୍ଦୁଝର ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories