www.samajalive.in
Friday, December 12, 2025
27.1 C
Bhubaneswar

ଶାନ୍ତିଲତା ବାରିକଙ୍କ ଭଜନ ତାଙ୍କୁ ଅମର କରି ରଖିବ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ

ଭୁବନେଶ୍ୱର: ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକ ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥ ଙ୍କ ର ଅନନ୍ୟ ଭକ୍ତ ଥିଲେ।

ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶା ର ଘରେ ଘରେ ସେ ସୁପରିଚିତ ଥିଲେ। ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ। ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା। ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

- Advertisement -

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories