www.samajalive.in
Saturday, December 13, 2025
26.1 C
Bhubaneswar

ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ ହୋଇଥିଲା। ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଓ ଦୀପ ପ୍ରଜ୍ଜୋଳନ ପରେ ବନ୍ଦେ ଉତ୍କଳ ଜନନୀ ଏବଂ ତୁଙ୍ଗ ଶିଖରୀ ଚୁଳ ଗାନ କରାଯାଇଥିଲା। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ଓଡ଼ିଶାର ବିଭିନ୍ନ ବରପୁତ୍ରମାନଙ୍କ ନିଷ୍ଠାପର ଉଦ୍ୟମ ଫଳରେ ସ୍ବତନ୍ତ୍ର ପ୍ରଦେଶ ଗଠନ ହୋଇଥିବା ବେଳେ ଓଡ଼ିଆ ଭାଷାର ଉନ୍ନତି ପାଇଁ ସବୁ ସ୍ତରରେ ଧ୍ୟାନ ଦେବାକୁ ଅତିଥି ମାନେ ମତ ପୋଷଣ କରିଥିଲେ।

ବାଣୀବିହାରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ପ୍ରେକ୍ଷାଳୟରେ ଆୟୋଜିତ ଉତ୍କଳ ଦିବସ ସମାରୋହରେ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଉତ୍କଳ ବିଶ୍ବବିଦ୍ୟାଳୟର ଇଂରାଜୀ ବିଭାଗ ଅବସରପ୍ରାପ୍ତ ପ୍ରଫେସର ଯତିନ୍ଦ୍ର କୁମାର ନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।

- Advertisement -

ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ନବନୀତା ରଥଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାଚୀନ ଭାରତ ଇତିହାସ, ସଂସ୍କୃତି ଏବଂ ପ୍ରତ୍ନତତ୍ତ୍ବ ବିଭାଗ ପ୍ରଫେସର ସଞ୍ଜୟ ଆଚାର୍ଯ୍ୟ ଏବଂ ଓଡ଼ିଆ ବିଭାଗ ପ୍ରଫେସର ମଣିନ୍ଦ୍ର ମେହେର ବକ୍ତାଭାବେ ଯୋଗଦେଇଥିଲେ।

ସହକାରୀ ପ୍ରଫେସର ରୁଦ୍ରନାରାୟଣ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories