www.samajalive.in
Monday, December 8, 2025
20.1 C
Bhubaneswar

ଆଜିଠୁ ସବୁ ବିଦ୍ୟାଳୟ ଓ ଅଙ୍ଗନବାଡ଼ି ସକାଳୁଆ

ଭୁବନେଶ୍ବର : ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଅଙ୍ଗନବାଡ଼ି ଆଜିଠାରୁ ସକାଳୁଆ ହେବ। ସକାଳ ୭ଟାରୁ ପୂର୍ବାହ୍ଣ ୧୧ଟା ୩୦ ପର୍ଯ୍ୟନ୍ତ ବିଦ୍ୟାଳୟରେ ପାଠପଢ଼ା ହେବ। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ସେହିପରି ରାଜ୍ୟରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି। ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡ଼ି କେନ୍ଦ୍ର ସକାଳ ୭ଟାରୁ ୧୧.୩୦ ଯାଏ ଚାଲିବାକୁ ସମୟ ଧାର୍ଯ୍ୟ କରାଯାଇଛି। ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡ଼ି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍‌ଏସ୍‌ ପ୍ୟାକେଟ ରଖିବାକୁ ନିର୍ଦେଶ ଜାରି କରାଯାଇଛି। ରାଜ୍ୟରେ କ୍ରମାଗତ ବଢୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ବତନ୍ତ୍ର ରିଲିଫ ଆୟୁକ୍ତଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦେଶ ଦିଆଯାଇଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories