www.samajalive.in
Sunday, December 14, 2025
19.1 C
Bhubaneswar

ଛତିଶଗଡ଼ ପୁଲିସକୁ ବଡ଼ ସଫଳତା: ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ

ମାଲକାନଗିରି: ଛତିଶଗଡ ପୁଲିସକୁ ବଡ ସଫଳତା ମିଳିଛି। ଛତିଶଗଡ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ଏନକାଉଣ୍ଟର। ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରୁ ବିପୁଳ ମାଓ ସାମଗ୍ରୀ ସହ ବିସ୍ଫୋରକ ଜବତ ହୋଇଛି। ଏବେବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି। ବିଶେଷ ସୂତ୍ରରୁ ଖବର ପାଇ ଗାଙ୍ଗଲୁର ଥାନା ଅଂଚଳର ଧାମି ଗ୍ରାମ ନିକଟସ୍ଥ ଜଙ୍ଗଲରେ ଡ଼ିଆରଜି, ସିଆରପିଏଫ, କୋବ୍ରା, ବସ୍ତର ଫାଇଟର୍ସ, ବସ୍ତାରିୟା ବାଟାଲିୟନର ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିବା ବେଳେ ନକ୍ସଲ ସହ ଗୁଳିବିନିମୟ ହୋଇଥିଲା। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ବେଳେ ୪ ଜଣ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories