Patra electronics

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କେନ୍ଦୁଝର: ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। କିଛିଦିନ ହେଲା ସେ ବାର୍ଦ୍ଧକ୍ୟ ଯନ୍ତ୍ରଣା ପାଇ ଆସୁଥିଲେ। ଯେଉଁଥି ପାଇଁ ସେ ପ୍ରତ୍ୟେକ ଦିନ ମେଡିସିନ ବ୍ୟବହାର କରୁଥିଲେ। ସୋମବାର ରାତି ହଠାତ ତାଙ୍କ ଦେହ ହାତ ବିନ୍ଧିବା ସହ ଅତ୍ୟଧିକ ଦୁର୍ବଳ ହୋଇ ପଡ଼ିଥିଲେ। ଯେହେତୁ ଗତକାଲି ଅତ୍ୟଧିକ ଗରମ ଅନୁଭୂତ ହେଉଥିଲା ତେଣୁ ଘର ଲୋକେ ଡାକ୍ତରଙ୍କ ପରାମର୍ଶକ୍ରମେ ଓଦା କପଡାରେ ତାଙ୍କ ଶରୀରକୁ ପୋଛିଥିଲେ। କିନ୍ତୁ ତାପରେ ମଧ୍ୟ ସେ ଏତେ ଦୁର୍ବଳ ହୋଇ ପଡିଲେ ଯେ ବିଛଣାରୁ ଉଠି ପାରିନଥିଲେ। ସକାଳୁ ମଧ୍ୟ ଅତ୍ୟଧିକ ଦୁର୍ବଳ ହେବାରୁ ଘର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। କିନ୍ତୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ବା ଅନ୍ୟ କୌଣସି ବିଶେଷଜ୍ଞ ତାଙ୍କ ଚିକିତ୍ସାକୁ ନଆସିବା ଅତ୍ୟନ୍ତ ଦୁଃଖଦାୟକ। ତାଙ୍କର ଆସୁ ଆରୋଗ୍ୟ କାମନା କରି ଦରକାର ପଡ଼ିଲେ କଟକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତରିତ କରିବାକୁ ଦାବି କରିଛନ୍ତି କେନ୍ଦୁଝର ପୌରପାଳିକା ଉପାଧ୍ୟକ୍ଷ ବରଦା ପ୍ରସନ୍ନ ଦାସ।
କଣ୍ଢେଇ ନୃତ୍ୟକୁ ନିଜର ଅକ୍ଲାନ୍ତ ପରିଶ୍ରମ ଦ୍ଵାରା ବିଶ୍ଵ ଦରବାରରେ ପରିଚିତ କରିଥିବାରୁ ତାଙ୍କୁ ଭାରତ ସରକାର ଗତବର୍ଷ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲେ।

 

Comments are closed.