www.samajalive.in
Saturday, December 6, 2025
16.1 C
Bhubaneswar

ଆଜିଠୁ ୩ ଦିନ ପ୍ରଚଣ୍ଡ ଖରାରେ ସିଝିବ ସାରା ଓଡ଼ିଶା: ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ଡହଡହ ଖରାରେ ଫୁଟୁଛି ଆଭ୍ୟନ୍ତରୀଣ ଓଡ଼ିଶା। ଆଜିଠୁ ୩ ଦିନ ପ୍ରଚଣ୍ଡ ଖରାରେ ସିଝିବ ସାରା ଓଡ଼ିଶା । ପ୍ରଚଣ୍ଡ ରୌଦ୍ୟତାପ ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଉଛି।  ଦିନ ସହ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାରେ ମଧ୍ୟ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି । ଗୁରୁବାର ଗ୍ରୀଷ୍ମ ପ୍ରବାହ ନେଇ ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସତର୍କ ସୂଚନା ଦିଆଯାଇଛି। ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ସାଢେ ୩ଟା ମଧ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନସାଧାରଣ ଅତି ଜରୁରୀ କାମ ନଥିଲେ ପଦାକୁ ବାହାରିବାକୁ ବାରଣ କରାଯାଇଛି। ସତର୍କ ରହିବାକୁ ଏସଆରସି ସତ୍ୟବ୍ରତ ସାହୁ ଜନସାଧାରଣ ଏବଂ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories